04.08.2026 ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ପୋଲିସ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ପ୍ରତ୍ୟେକ ବ୍ୟବସ୍ଥାର ତଦାରଖ କରୁଛନ୍ତି। ଆସନ୍ତୁ ଦେଖିବା ଏହି ରିପୋର୍ଟ।
ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ ପୂର୍ବରୁ ସହରରେ ସୁରକ୍ଷା ବ୍ୟବସ୍ଥାକୁ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚାଇ ଦିଆଯାଇଛି। ପୋଲିସ ବାହିନୀ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାର ସିଧାସଳଖ ତଦାରଖ କରୁଛନ୍ତି। ରାସ୍ତାଘାଟର ପ୍ରସ୍ତୁତି, ଟ୍ରାଫିକ୍ ନିୟନ୍ତ୍ରଣ ଏବଂ ମୁଖ୍ୟ କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥା ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ, ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି।


